ଜଗନ୍ନାଥଙ୍କ ର ଷୋହଳ କଳା
ଜଗନ୍ନାଥଙ୍କ ର ଷୋହଳ କଳା ଆମକୁ ସଂସାର ରେ କିପରି ଜୀବନ ସୁଚାରୁ ରୂପେ ଅତିବାହିତ କରିହେବ ସେଇ ଶିକ୍ଷା ଦେଇଥାଏ।। ପ୍ରଥମ କଳା - ନିବୃତ୍ତି : ସଂସାରରେ ରହି ସଂସାରିକତାରୁ ମୁକ୍ତ ହେବାର କଳା । ଦ୍ୱିତୀୟ କଳା - ପ୍ରତିଷ୍ଠା : ସତମାର୍ଗରେ ଯଶ ଅର୍ଜନ କରିବାର କଳା । ତୃତୀୟ କଳା - ବିଦ୍ୟା : ନିଃସ୍ୱାର୍ଥ ଭାବରେ ଆଜି ଜନହିତକର ବିସ୍ତାର କରିବାର କଳା । ଚତୁର୍ଥ କଳା - ଶାନ୍ତି : ମନ ଓ ମସ୍ତିଷ୍କ ମଧ୍ୟରେ ସମନ୍ୱୟ ରଖି ସ୍ଥିର ଚିତରେ ରହିବାର କଳା । ପଞ୍ଚମ କଳା - ଇନ୍ଧିକା : ନିଜ ଅନ୍ତଃଶକ୍ତିକୁ ସଂଗ୍ରହ କରିବାର କଳା । ଷଷ୍ଠ କଳା - ଦୀପିକା: ଶକ୍ତିର ସତ ଏବଂ ଉପଯୁକ୍ତ ପ୍ରୟୋଗର କଳା । ସପ୍ତମ କଳା - ରେଚିକା : ନିଜ ଦୁଷ୍ଟ ପ୍ରବୃତ୍ତିକୁ ଚିହ୍ନି, ତାହାକୁ ସ୍ୱୀକାର କରି ପରିତ୍ୟାଗ କରିବାର କଳା । ଅଷ୍ଟମ କଳା- ମୋଚିକା : ମାୟା ଓ ମୋହରୁ ମୁକ୍ତ ହେବାର କଳା । ନବମ କଳା - ପରା : ନୂଆ ଦିଶା ଅଙ୍କନ ଓ ଭିନ୍ନ ଅମୃତ ଲକ୍ଷ ସ୍ଥାପନ କରିବାର କଳା । ଦଶମ କଳା - ସୂକ୍ଷ୍ମ : ସତ ସୂକ୍ଷଗତ ବିଚାର କରିବାର କଳା । ଏକାଦଶ କଳା - ସୁକ୍ଷ୍ମ ଅମୃତ :ଅମୃତତୁଲ୍ୟ କଥାର ପ୍ରୟୋଗ ତଥା ତାହାକୁ ଅମୃତ ପରି ବିସ୍ତରଣର କଳା । ଦ୍ୱାଦଶ କଳା - ଜ୍ଞାନ : ଠିକ ଓ ଭୁଲ ମଧ୍ୟରେ ପ୍ରଭେଦକୁ ବୁଝିବା ଓ ବୁଝାଇବା କଳା । ତ୍ରୟୋଦଶ କଳା- ଜ୍ଞାନ ଅମୃତ : ଜ୍ଞାନ ଅର୍ଜନ କରି ତାହାକୁ ଅମୃତ ପରି ବାଣ୍ଟିବାର କଳା । ଚତୁର୍ଦ୍ଦଶ କଳା - ଅପ...